Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୂକମ୍ପରେ ଥରିଲା ଋଷ୍ ଏବଂ ଆର୍ଜେଣ୍ଟିନାରେ, ରିକ୍ଟର ସ୍କେଲରେ ୬.୪ ଓ ୬.୩ ତୀବ୍ରତା
  • ||
  • କରୋନା କବଳରୁ ବର୍ତ୍ତିବା ପାଇଁ ଶ୍ରୀଲଙ୍କା ଜେଲ୍‌ରେ କଏଦୀଙ୍କ ଭୟଙ୍କର ଦଙ୍ଗା : ୮ମୃତ
  • ||

ବୁଧବାରଠାରୁ ଓଡିଶାରେ ଆରମ୍ଭ ହୋଇଯିବ ମୌସୁମୀ ବର୍ଷା, ସିଇସିଙ୍କ ସୂଚନା

9/06/2020 at 5:15 PM

ଭୁବନେଶ୍ୱର, ୦୯|୦୬:  ମଙ୍ଗଳବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଏହା ପଶ୍ଚିମ ଉତର ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ଦକ୍ଷିଣ ପୂର୍ବ ମୌସୁମୀ ଓଡ଼ିଶାରେ ପ୍ରବେଶ କରିବ ବୋଲି ଶିକ୍ଷା ଓ ଅନୁସନ୍ଧାନ ଡିମଡ୍ ଟୁ ବି ୟୁନିଭର୍ସିଟିର ପରିବେଶ ଏବଂ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଓଡ଼ିଶାରେ ଏହାର ପ୍ରଭାବ ପଡ଼ିବା ପରେ ଏହା ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ସୂଚନା ଦେଇଛନ୍ତି ସି.ଇ.ସିର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ । ଏହାର ପ୍ରଭାବରେ ବୁଧବାର ଅପରାହ୍ନ କିମ୍ବା ରାତିରୁ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମୌସୁମୀ ବର୍ଷା ଆରମ୍ଭ ହେବାର ସମ୍ଭାବନା ରହିଛି । ସେହିପରି ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡ. ସାହୁ କହିଛନ୍ତି ।

ଦକ୍ଷିଣ ପଶ୍ଚିମ ମୌସୁମୀର ପ୍ରଭାବ ଗୁରୁବାର ଦକ୍ଷିଣ ଓଡ଼ିଶା ଏବଂ ଏହାର ସଂଲଗ୍ନ ଉପକୂଳବର୍ତୀ ଜିଲ୍ଲା ଗୁଡିକରେ ପଡ଼ିବାର ସମ୍ଭାବନା ଥିବାବେଳେ ଶୁକ୍ରବାର ସୁଦ୍ଧା ଏହାର ପ୍ରଭାବ ସାରା ରାଜ୍ୟରେ ଦେଖାଦେବ । ଗୁରୁବାର ଠାରୁ ସାରା ରାଜ୍ୟରେ ଦିନର ତାପମାତ୍ରା ୩୫ ଡିଗ୍ରୀ ସେଲ୍‌ସିୟସ କିମ୍ବା ତା ତଳକୁ ଖସି ଆସିବ ବୋଲି ସେ କହିଛନ୍ତି ।

   Related Posts