Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

୪୮ ଘଣ୍ଟା ମଧ୍ୟରେ ମୌସୁମୀ କେରଳ ଛୁଇଁବା ସମ୍ଭାବନା , ଜୁନ୍ ୩ୟ ସପ୍ତାହରେ ଓଡିଶାରେ ହୋଇପାରେ ମୌସୁମୀ ବର୍ଷା

6/06/2019 at 9:09 AM

ଭୁବନେଶ୍ବର ୬|୬: ଜୁନ୍ ୩ୟ ସପ୍ତାହରେ ରାଜ୍ୟରେ ହୋଇପାରେ ମୌସୁମୀ ବର୍ଷା । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହକୁ ନେଇ ଭାରତୀୟ ପାଣିପାଗ ବିଭାଗ କହିଛି, ୪୮ ଘଣ୍ଟା ମଧ୍ୟରେ ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି। ରଜ ପରେ ଓଡ଼ିଶାରେ ମୌସୁମୀ ବର୍ଷା ହୋଇପାରେ । ୬ରୁ ୮ ତାରିଖ ମଧ୍ୟରେ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏହା କିନ୍ତୁ ପ୍ରାକ୍ ମୌସୁମୀ ବର୍ଷା ନୁହେଁ।

ସେପଟେ କିଛି ଦିନ ଧରି ତାତିରୁ ରାଜ୍ୟବାସୀ ତ୍ରାହି ପାଇଥିବା ବେଳେ ପୁଣି ଲେଉଟିଛି ଖରା । ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶାରେ ପ୍ରଚଣ୍ଡ ତାତି ଅନୁଭୂତ ହୋଇଛି । ଗତକାଲି ରାଜ୍ୟର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା । ୪୫.୨ ଡିଗ୍ରୀ ସହ ଝାରସୁଗୁଡ଼ା ପାଲଟିଥିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର । ହେଲେ ଆସନ୍ତା ୭୨ ଘଣ୍ଟା ପର୍ଯ୍ୟନ୍ତ ତାତି ଟିକିଏ କମ୍ ରହିବାର ସମ୍ଭାବନା ରହିଛି ।

ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୮ ତାରିଖ ଯାଏ ଉତ୍ତର, ଉପକୂଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏଥିପାଇଁ ତାପମାତ୍ରା ସାମାନ୍ୟ କମିବ। ସେହିପରି ଗତକାଲି ରାତିରେ ଖୋର୍ଧା, ପୁରୀ, କଟକ, ନୟାଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହୋଇଛି ।

   Related Posts