୩ ଦିନ ପରେ ଓଡିଶା ଛୁଇଁବ ମୌସୁମୀ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜିଠୁ କମିବ ତାପମାତ୍ରା

Published By : Prameya-News7 Bureau | June 17, 2019 IST

ଭୁବନେଶ୍ୱର ୧୭/୬ : ଆସନ୍ତା ୨୦ ରୁ ୨୨ ମଧ୍ୟରେ ଓଡିଶା ଛୁଇଁବ ମୌସୁମୀ । ଆଗାମୀ ୩ ରୁ ୫ ଦିନ ମଧ୍ୟରେ ମୌସୁମୀ ଦକ୍ଷିଣ ଓଡିଶା ଛୁଇଁବ । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରେ କାଳବୈଶାଖୀ ବର୍ଷା ହୋଇଛି । ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ କାଳବୈଶାଖୀ ପ୍ରଭାବ ଅଧିକ ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । ଆଜିଠୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମିବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ । ରାଜ୍ୟର ଅଧିକାଂଶ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ତଳକୁ ରହିବ । ଗତ ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୪୧.୨ ଡିଗ୍ରୀ ରେକର୍ଡ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.