ରାଜ୍ୟରେ ମୌସୁମୀ ନିଷ୍କ୍ରିୟ

Published By : Prameya-News7 Bureau | June 30, 2018 IST

ରାଜ୍ୟରେ ମୌସୁମୀ ନିଷ୍କ୍ରିୟ । ତେବେ ୩ ତାରିଖରୁ ଉତ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଥିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଠାରୁ କାଁ ଭାଁ ବର୍ଷା ହେବ। ୩ ତାରିଖରୁ ପ୍ରବଳ ବର୍ଷା ହେବ। ବର୍ଷା ହେବା ସହ ଉପକୂଳ ଓଡ଼ିଶାର ଗୋଟିଏରୁ ଦୁଇଟି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.