Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଜେଟ୍ ଅଧିବେଶନ: ଜାନୁଆରୀ ୩୧ରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, ଫେବୃଆରୀ ୧ରେ ଉପସ୍ଥାପନ ହେବ ବଜେଟ୍
  • ||
  • IPL 2022: ନିଜ ଟିମ୍‌ର ନାମ ଘୋଷଣା କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି, ରଖିଲା ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୩୦୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୧୧୫ଜଣ ଡିସଚାର୍ଜ
  • ||
  • ରବିଚନ୍ଦ୍ରନ ଅଶ୍ବିନ ନିରାଶ, ଏହି ଖେଳାଳି ହେଲେ ‘ଟେଷ୍ଟ କ୍ରିକେଟର୍ ଅଫ୍‌ ଦି ଇୟର’
  • ||
  • ରାଜ୍ୟରେ ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୫କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨୯୧ କୋଭିଡ୍ ପଜିଟିଭ୍, ୧୨୧୧୯୫୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଖଲ୍ଲିକୋଟ : ଅଟୋକୁ ପଛ ପଟୁ ଧକ୍କା ଦେଲା ଟ୍ରକ, ଜଣେ ମୃତ
  • ||
  • ଭୁବନେଶ୍ୱର : ୨୬ ଯାଏଁ ରାଜ୍ୟର କିଛି ସ୍ଥାନରେ କୋହଲା ପାଗ ସହ ବର୍ଷା, ସତର୍କ କଲା ପାଣିପାଗ ବିଭାଗ
  • ||
  • ଲମତାପୁଟ : ପାଡୁଆ ପୋଲିସକୁ ସଫଳତା, ୨୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ
  • ||

ରଜ ପୂର୍ବରୁ ଓଡିଶା ଛୁଇଁବ ମୌସୁମୀ : ୨୪ ଘଣ୍ଟାରେ ପ୍ରବଳ ବର୍ଷା , ୫ ଜିଲ୍ଲାକୁ ଆଲର୍ଟ

4/06/2020 at 8:24 AM

ଭୁବନେଶ୍ୱର ୦୪।୦୬ : ଏଥର ରଜ ପୂର୍ବରୁ ଓଡ଼ିଶାରେ ମୌସୁମୀ ପ୍ରବେଶ କରିବାର ସମ୍ଭାବନା ରହିଛି । କେରଳରେ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଏହା ନିର୍ଦ୍ଧାରିତ ସମୟରେ ଓଡ଼ିଶାରେ ପହଞ୍ଚିବ ବୋଲି ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦିଆଯାଇ ନ ଥିଲେ ମଧ୍ୟ ଜୁନ୍ ୧୧ରେ ମୌସୁମୀ ପହଞ୍ଚିପାରେ ବୋଲି କୁହାଯାଉଛି ।

ତେବେ ଆସନ୍ତା ୩ରୁ ୪ ଦିନ ମଧ୍ୟରେ ଏନେଇ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦେଶକ ଏଚ୍  ଆର ବିଶ୍ବାସ କହିଛନ୍ତି । ଯଦି ସବୁ କିଛି ସ୍ବାଭାବିକ ରୁହେ ତେବେ ଜୁନ୍ ୧୧ରେ ଓଡ଼ିଶାରେ ପହଞ୍ଚିବ ଏବଂ ଜୁନ୍  ୧୭ ସୁଦ୍ଧା ସମ୍ପୂର୍ଣ୍ଣ ରାଜ୍ୟକୁ ବିସ୍ତାରିତ ହେବ । ୨୦୧୯ ରେ ଜୁନ୍ ୮ରେ କେରଳରେ ପହଞ୍ଚିଥିବା ବେଳେ ୨୧ରେ ଓଡ଼ିଶା, ୨୦୧୮ରେ ମେ’ ୨୯ରେ କେରଳ ଓ ଜୁନ୍ ୮ରେ ଓଡ଼ିଶା, ୨୦୧୭ରେ ମେ’ ୩୦ରେ କେରଳ ଓ ଜୁନ୍ ୧୪ରେ ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପହଞ୍ଚିଥିଲା ।

ତେବେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହୋଇପାରେ । କଳାହାଣ୍ଡି, ବରଗଡ଼, ସୋନପୁର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ କେରାପୁଟ, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼ ସୁନ୍ଦରଗଡ଼, କେନ୍ଦୁଝର, ବାଲେଶ୍ବର, ଢେଙ୍କାନାଳ, କଟକ, ଭଦ୍ରକ ଜିଲ୍ଲାରେ ବର୍ଷା ସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ହୋଇପାରେ । ବିହାରରୁ ଛତିଶଗଡ଼ ପର୍ଯ୍ୟନ୍ତ ଏକ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଥିବାରୁ କାଳବୈଶାଖୀ ଜନିତ ବର୍ଷା ହେଉଛି । ୫ ଓ ୬ ତାରିଖରେ ସେଭଳି ବର୍ଷା ନାହିଁ । ୭ ଓ ୮ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଓ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ହେବ ।

   Related Posts