Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟୋକିଓ ଅଲିମ୍ପିକ୍ସରେ ସ୍ଥାନ ପାଇବ ପଶ୍ଚିମ ଓଡିଶାର କଳାକୃତୀ, ୮ ଓଡିଆ କଳାକାର ହାସଲ କଲେ ସଫଳତା
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୫ ଜଣଙ୍କ ଜୀବନ
  • ||
  • ଆଉ ଏକ ଲଘୁଚାପ, ୩୦ ଯାଏଁ ସାରା ରାଜ୍ୟରେ ବର୍ଷା
  • ||
  • ବରଗଡ଼ : ଗାଁ ମୁଣ୍ଡରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • ମାଷ୍ଟରକ୍ୟାଣ୍ଟିନ୍‌ ଛକରୁ ମିଳିଲା ମୃତଦେହ, ଶାଢୀରେ ଝୁଲିପଡିଲେ ଯୁବକ
  • ||
  • ଦିନେ ବଢିବା ପରେ ପୁଣି କମିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୧୫ କରୋନା ପଜିଟିଭ୍
  • ||

ରାଜ୍ୟରେ କରୋନା ନେଲା ଆଉ ୧୦ଜଣଙ୍କ ଜୀବନ, ୧୪୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

26/07/2020 at 10:19 AM

ଭୁବନେଶ୍ୱର ୨୬।୭: ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଟ୍ବିଟ୍ ଅନୁଯାୟୀ ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୬, ଗଜପତିରୁ ଜଣେ, ଖୋର୍ଦ୍ଧାରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଏବଂ ଭୁବନେଶ୍ବରରୁ ଜଣେ ରହଛନ୍ତି । ଗଜପତି ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୬୪ ବର୍ଷ ବୟସ୍କ ପୁରୁଷ ଯିଏ କି କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୦ ବର୍ଷ ବୟସ୍କ ପୁରୁଷ । ଖୋର୍ଦ୍ଧା ଜିଲ୍ଲାର ଜଣେ ୩୫ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା । ସୁନ୍ଦରଗଡ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଭୁବନେଶ୍ବରର ଜଣେ ୫୮ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ, ଉଚ୍ଚ ରକ୍ତଚାପ, କରୋନାରୀ ଧମନୀ ରୋଗ, ଡାହାଣ ନିମୋଥୋରାକ୍ସ ଏବଂ ମୋଟାପଣରେ ମଧ୍ୟ ପୀଡିତ ଥିଲେ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୫୩୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୨୮୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୫୯୨୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୪୦ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩୪ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୪୫ ୮୧୨୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts