ରାଜଧାନୀରୁ ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୦ ଟପିଲା
30/07/2020 at 4:20 PM

ଭୁବନେଶ୍ୱର, ୩୦|୦୭: ରାଜଧାନୀ ଭୁବନେଶ୍ୱରରୁ ଆଉ ୧୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ କ୍ୱାରେଣ୍ଟାଇନରେ ୫୯ ଜଣ ଥିବା ବେଳେ ୪୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।
ଭୁବନେଶ୍ୱରରେ ନୂଆ ପଜିଟିଭ୍ ଚିହ୍ନଟ ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୭ରେ ପହଁଚିଛି । ଏହାମଧ୍ୟରୁ ୧୩୩୯ଜଣ ଆରୋଗ୍ୟ ଲାଭ କରିଥିବା ବେଳେ ୧୫ଜଣ ପ୍ରାଣ ହରାଇଛନ୍ତି । ସେହିପରି ୧୨୫୧ଟି ସକ୍ରିୟ କେସ୍ ରହିଛି ।
Update on newly detected & cured #COVID19 cases in the last 24 hrs under the BMC area on 30th July 2020(till 9am).
— BMC (@bmcbbsr) July 30, 2020
Further contact tracing is still continuing.
Primary contacts & nearby houses are being quarantined, sanitised & will be under active surveillance. pic.twitter.com/XhG8c0jHLN
ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୨୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୩୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୫୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୪୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।