Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ନୂଆପଡା ଜିଲ୍ଲାରେ ଚିହ୍ନଟ ହେଲେ ଆଉ ୧୨ କରୋନା ପଜିଟିଭ୍

29/05/2020 at 8:39 PM

ନୂଆପଡା, ୨୯|୦୫:   ନୂଆପଡା ଜିଲ୍ଲାରେ ଆଉ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୬ରେ ପହଁଚିଛି । ଏହାସହ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୭୩୫ରେ ପହଁଚିଛି ।

ତେବେ ନୂଆ କରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ଜଣ ମୁମ୍ବାଇରୁ ଫେରିଥିବା ବେଳେ ଜଣେ ହାଇଦ୍ରାବାଦରୁ ଫେରିଥିଲେ । ତେବେ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏନେଇ ନୂଆପଡା ଜିଲ୍ଲାପାଳ ମଧୂସ୍ମିତା ସାହୁ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ, ଏହାପୂର୍ବରୁ ରାଜ୍ୟରେ ଶୁକ୍ରବାର ୬୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧ ଜଣ ସଂକ୍ରମିତ ରହିଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୧ ଜଣ, ଢ଼େଙ୍କାନାଳ ଜିଲ୍ଲାରୁ ୯ ଜଣ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ଜଣେ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ, କୋରାପୁଟ ଜିଲ୍ଲାରୁ ଜଣେ, ଝାରସୁଗୁଡା ଜିଲ୍ଲାରୁ ଜଣେ ଏବଂ ନବରଙ୍ଗପୁର ଜିଲ୍ଲାରୁ ଜଣେ ରହିଛନ୍ତି ।ଏବେ ନୂଆପଡା ଜିଲ୍ଲାରେ ଆଉ ୧୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

   Related Posts