Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

16/06/2020 at 4:34 PM

ଭୁବନେଶ୍ୱର, ୧୬|୦୬:   ମଙ୍ଗଳବାର ରାଜ୍ୟରେ ୧୨୦ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୨୯୭୪ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।

 ମଙ୍ଗଳବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୧୯ ଜଣ ଥିବା ବେଳେ କଟକର ୧୫, ମୟୂରଭଞ୍ଜ ଓ ଖୋର୍ଧାର ୧୧ ଜଣ ଲେଖାଏଁ, ନୂଆପଡାର ୯, ସୁନ୍ଦରଗଡର ୭, କନ୍ଧମାଳର ୬ ଓ ନୟାଗଡ ଓ ବଲାଙ୍ଗୀରର ୫ଜଣ ଲେଖାଏଁ ଆରୋଗ୍ୟ ହୋଇଛନ୍ତି ।

ସେହିପରି ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡା ଓ ଝାରସୁଗୁଡାର ୪ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କେଉଁଝର, ଗଞ୍ଜାମ ଓ ପୁରୀର ୩ ଜଣ ଲେଖାଏଁ, ଅନୁଗୁଳ, କଲାହାଣ୍ଡିର, କୋରାପୁଟର ୨ଜଣ ଲେଖାଏଁ ଓ ମାଲକାନଗିରିର ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।  

ସୂଚନାଯୋଗ୍ୟ, ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

   Related Posts