ଭଲ ଖବର, ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

Published By : Prameya-News7 Bureau | June 13, 2020 IST

ଭୁବନେଶ୍ୱର, ୧୩|୦୬:   ରାଜ୍ୟରେ ଶନିବାର ପୁଣି ୧୨୦ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୫୯୪ରେ ପହଁଚିଛି ।

ଶନିବାର ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମରେ ୩୩ ଜଣ ଥିବା ବେଳେ ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨, ବଲାଙ୍ଗୀର ଓ ଖୋର୍ଧାରୁ ୮ଜଣ ରହିଛନ୍ତି । ସେହିପରି ମୟୂରଭଞ୍ଜରୁ ୭, କଚକରୁ ୪, ଯାଜପୁର, ନୟାଗଡ ଓ ନୂଆପଡାରୁ ୩ ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ଏତତ୍ ବ୍ୟତୀତ ଡେଙ୍କାନାଳ, ପୁରୀ,  ରାୟଗଡାରୁ ୨ ଜଣ ଲେଖାଏଁ ଓ କେନ୍ଦ୍ରପଡା ଓ କଳାହାଣ୍ଡିରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି ।

wp:html /wp:html

ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଶନିବାର ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.