ଖୁସି ଖବର, ସୁସ୍ଥ ହେଲେ ଆଉ ୧୪୪୮ କରୋନା ଆକ୍ରାନ୍ତ

Published By : Prameya-News7 Bureau | November 10, 2020 IST

ଭୁବନେଶ୍ଵର ୧୦।୧୧: ରାଜ୍ୟରେ କରୋନା ସଂକ୍ରମଣ କମିଥିଲେ ମଧ୍ୟ ଏଯାଏ ବିପଦ ଟଳିନି। ନୂତନ ଆକ୍ରାନ୍ତଙ୍କ ସଂଖ୍ୟା କମିଥିଲେ ବି ମୃତ୍ୟୁ ସଂଖ୍ୟା ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।  ଆଶ୍ଵସ୍ତିକର କଥା ସୁସ୍ଥ ସଂଖ୍ୟା ସଂକ୍ରମିତଙ୍କଠୁ ଅଧିକ ରହିଛି। ଏହି କ୍ରମରେ ଗତ ୨୪ ଘଣ୍ଟାରେ ୧୪୪୮ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨୯୧୧୩୭କୁ ବୃଦ୍ଧି ଘଟିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ମଙ୍ଗଳବାର ଏହାର ସୂଚନା ଦିଆଯାଇଛି।

wp:html /wp:html wp:html /wp:html

ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, ବରଗଡରୁ ୯୯, ସୁନ୍ଦରଗଡରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡାରୁ ୬୮, କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ୱରରୁ ୫୮, ପୁରୀରୁ ୫୭, ଅନୁଗୋଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗୀରରୁ ୪୯, କେନ୍ଦ୍ରାପଡାରୁ ୪୯, ସମ୍ବଲପୁରରୁ ୪୩, ଯାଜପୁରରୁ ୪୧ ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ଝାରସୁଗୁଡାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯, କୋରାପୁଟରୁ ୧୭, କନ୍ଧମାଳରୁ ୧୨, ନୟାଗଡରୁ ୧୨, ରାୟଗଡାରୁ ୭, ଗଜପତିରୁ ୬, ଦେବଗଡରୁ ୫ଜଣ ଆରୋଗ୍ୟ ଲାଭ କରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.