Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୪୬୦ କରୋନା ଆକ୍ରାନ୍ତ

5/11/2020 at 7:52 PM

ଭୁବନେଶ୍ଵର ୦୫।୧୧: ଅକ୍ଟୋବର ପ୍ରାରମ୍ଭରୁ ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୨୦୦୦ରୁ କମ ରହିଛି। ଆକ୍ରାନ୍ତଙ୍କ ତୂଳନାରେ ସୁସ୍ଥ ସଂଖ୍ୟା ଅଧିକ ରହୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟଙ୍କ ସଂଖ୍ୟା ୨୮୩୫୩୩ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଏହାର ସୂଚନା ଦିଆଯାଇଛି।

ଖୋର୍ଦ୍ଧାରୁ ସର୍ବାଧିକ ୧୬୯ ଜଣ ସୁସ୍ଥ ହୋଇଥିବା ବେଳେ ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡପୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ବରଗଡରୁ ୩୨, ପୁରୀରୁ ୩୨, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩ ଓ ଦେବଗଡରୁ ୧୧ଜଣ ସୁସ୍ଥ ହୋଇଛନ୍ତି ।

ସେହିପରି ମାଲକାନଗିରିରୁ ୧୧, ଗଜପତିରୁ ୧୦ ଓ ରାୟଗଡାରୁ ୮ଜଣ ଆରୋଗ୍ୟ ଲାଭ କରିଛନ୍ତି ।

   Related Posts