Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଡିସେମ୍ବର ୩୧ ଯାଏଁ ଅନ୍ତରାଷ୍ଟ୍ରୀୟ ବିମାନ ସେବା ବନ୍ଦ, କରୋନା ପ୍ରଭାବ
  • ||
  • କଟକ : ବସ୍‌ ଷ୍ଟାଣ୍ଡରେ ଠିଆ ହୋଇଥିବା ବସ୍‌ରେ ଲାଗିଗଲା ନିଆଁ, କେଇ ମିନିଟ୍‌ରେ ଜଳିଗଲା ସମ୍ପୂର୍ଣ୍ଣ ବସ୍
  • ||
  • କନ୍ଧମାଳ : ଜଗାକୁ ଏକା କରି ଚାଲିଗଲା କାଳିଆ, ମା’ ଆଖିରୁ ଶୁଖୁନି ଲୁହ : ମରଶରୀର ପହଞ୍ଚିବା ପରେ ଗାଁରେ ଶୋକାକୂଳ ପରିବେଶ
  • ||
  • କୋରାପୁର : କୋରାପୁର ବସ୍ ଷ୍ଟାଣ୍ଡରୁ ୩ଲକ୍ଷରୁ ଅଧିକ ଟଙ୍କାର ନକଲି ନୋଟ୍ ଜବତ, ଜଣେ ଗିରଫ
  • ||
  • କଟକ : ବାହା ବେଦୀରୁ ବ୍ୟାଙ୍କ୍ ମ୍ୟାନେଜରଙ୍କୁ ଉଠାଇନେଲା ପୋଲିସ, IIFL ଲୁଟ୍ ଘଟଣାରେ ରହିଛି ଲିଙ୍କ୍
  • ||
  • ସୋର : ପାଣିରୁ ଉଦ୍ଧାର ହେଲା ବୃଦ୍ଧଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ପୁରୀ : ପଞ୍ଚୁକର ଦ୍ବିତୀୟ ଦିନ, ବାଙ୍କଚୁଡା ବେଶରେ ବିଭୂଷିତ ମହାପ୍ରଭୁ
  • ||
  • ଚଣ୍ଡିଖୋଲ : ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରୁ ୮୫ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର
  • ||
  • ଚାକିରୀଆଙ୍କ ପାଇଁ ବଡ ଖବର: ୮ଘଣ୍ଟା ବଦଳରେ ହୋଇପାରେ ୧୨ ଘଣ୍ଟା ସିଫ୍ଟ
  • ||

ରାଜ୍ୟରେ ଆଉ ୧୫ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୧୬୪୦ ଛୁଇଁଲା

22/11/2020 at 11:52 AM

ଭୁବନେଶ୍ବର ୨୨।୧୧: ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଅନୁଗୁଳ,ବଲାଙ୍ଗୀର, କଟକ,ଗଞ୍ଜାମ, ଝାରସୁଗୁଡା ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୩୯୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୩୬୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୦୪୯୦୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୫୫୬୩୯୨୬ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts