Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୧୬୪ କରୋନା ଆକ୍ରାନ୍ତ

1/07/2020 at 3:54 PM

ଭୁବନେଶ୍ୱର, ୦୧|୦୭:     ବୁଧବାର ରାଜ୍ୟରେ ଆଉ ୧୬୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ସଂଖ୍ୟା ୫୩୫୩ରେ ପହଁଚିଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ୪୮ ଜଣ ଥିବା ବେଳେ ଜଗତସିଂପୁରର ୩୧, ବାଲେଶ୍ୱରରୁ ୨୬, କଟକରୁ ୨୫, ଯାଜପୁରରୁ ୧୨, ଖୋର୍ଧାରୁ ୧୨, କେନ୍ଦ୍ରାପଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ ଓ କେଉଁଝରରୁ ୨ ଜଣ ରହିଛନ୍ତି । ସେହିପରି ଭାଦ୍ରକ ଓ ନାୟାଗଡରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts