Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଓଭରବ୍ରିଜ୍ ଉପରେ ବିରାଟ ଗାତ, ବିପଦସଙ୍କୁଳ ଅବସ୍ଥାରେ ଚଳାଚଳ କରୁଛି ଯାନବାହାନ
  • ||
  • ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ
  • ||
  • ମାତିଛନ୍ତି ହାତୀପଲ : ଜଳକ୍ରୀଡା ପରେ ଭାଙ୍ଗୁଛନ୍ତି ଘର, ନଷ୍ଟ କରୁଛନ୍ତି ଫସଲ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୨୮ କୋଭିଡ୍ ପଜିଟିଭ୍
  • ||
  • ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା, ଶିଳ୍ପନଗରୀରୁ ଗାଁ ଗହଳି ସବୁଠି ଉତ୍ସାହ
  • ||
  • ୭୧ ବର୍ଷରେ ପାଦ ଦେଲେ ପ୍ରଧାନମନ୍ତ୍ରୀ : ବିଜେପି କରୁଛି ୨୦ ଦିନିଆ ସେବା ସମର୍ପଣ ଅଭିଯାନ
  • ||
  • ଆଉ ଏକ ଲଘୁଚାପ : ୧୮ରୁ ବଢିବ ବର୍ଷା, ଉତ୍ତରରେ ଛେଚିବ
  • ||
  • ଭାଙ୍ଗିଗଲା ଓଭରବ୍ରିଜ୍‌ର ବିରାଟ ଖଣ୍ଡ, ୧୩ ଶ୍ରମିକ ଗୁରୁତର
  • ||
  • ଶୌଚ ପାଇଁ ଗଲା ବେଳେ ମାଡିଗଲା ଅଜଣା ଗାଡି, ୨ ମହିଳା ମୃତ
  • ||
  • ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଚକ-ଅଖ ସବୁ ଠପ୍
  • ||

କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି

6/07/2020 at 11:00 AM

ଭୁବନେଶ୍ୱର, ୦୬|୦୭: ରାଜ୍ୟରେ ସଙ୍ଗୀନ ହେଉଛି କରୋନା ସ୍ଥିତି । ସଂକ୍ରମିତଙ୍କ ସଂଖ୍ୟା ହୁ ହୁ ହୋଇ ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ଦିନକୁ ଦିନ ବଢି ବଢି ଚାଲିଛି । ୨୪ ଘଣ୍ଟା ମଧ୍ୟରେ କରୋନା ନେଲା ଆଉ ୨ ଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୩୮ ଜଣଙ୍କ ଜୀବନ ଗଲାଣି । ମୃତଙ୍କ ମଧ୍ୟରୁ ଯାଜପୁର ଓ ଗଞ୍ଜାମ ଜିଲ୍ଲାର ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି।

ଗଞ୍ଜାମ ମୃତକ ହେଉଛନ୍ତି ୭୭ ବର୍ଷର ଜଣେ ବ୍ୟକ୍ତି । ସେ ହାଇପରଟେନସନରେ ପୀଡିତ ଥିଲେ ।ସେହିପରି ଯାଜପୁରର ୬୪ ବ୍ୟକ୍ତି ମଧ୍ୟ ପ୍ରାଣ ହରାଇଛନ୍ତି । ସେ ମଧୁମେହରେ ପୀଡିତ ଥିଲେ ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯୫୨୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୨୫୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୨୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

   Related Posts