Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବ୍ୟାଟସମ୍ୟାନଙ୍କ ପରେ ବିଫଳ ହେଲେ ଆରସିବି ବୋଲର, ‘କର ବା ମର’ ମ୍ୟାଚରେ ୫ ଓ୍ୱିକେଟରେ ଜିତିଲା ହାଇଦ୍ରାବାଦ
  • ||
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||

ଭଲ ଖବର, ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

3/07/2020 at 4:43 PM

ଭୁବନେଶ୍ୱର, ୦୩|୦୭ :   ଶୁକ୍ରବାର ରାଜ୍ୟରେ ୨୦୩ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି  । ଏହାକୁ ମିଶାଇ ମୋଟ ଆରୋଗ୍ୟ ଲାବ କରିଥିବା ସଂକ୍ରମିତଙ୍କ ସଂଖ୍ୟା ୫୭୦୫କୁ ବୃଦ୍ଧି ପାଇଛି ।

ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମର ୩୮ ଜଣ ଥିବା ବେଳେ ଖୋର୍ଧାର ୩୭, ଗଜପତିର ୧୯, କଟକର ୧୮, ଜଗତସିଂପୁରର ୧୮, ସମ୍ବଲପୁରର ୧୨, ସୁନ୍ଦରଗଡର ୧୨, ଢେଙ୍କାନାଳର ୧୦. ଯାଜପୁରର ୮, ବରଗଡର ୭ଜଣ ରହିଛନ୍ତି । ସେହିପରି ମୟୂରଭଞ୍ଜରୁ ୬, ରାୟଗଡାରୁ ୫, ବାଲେଶ୍ୱର ଓ କନ୍ଧମାଳରୁ ୩, ପୁରୀରୁ ୨, ଦେବଗଡ, ଝାରସୁଗୁଡା, ମାଲକାନଗିରି, କେଉଁଝର ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଉ ୫୬୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୧୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୫ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୧୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts