Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୭୭କୁ ବୃଦ୍ଧି

15/07/2020 at 10:19 AM

ଭୁବନେଶ୍ୱର ୧୫।୦୭:  ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରେ ମୃତକଙ୍କ ସଂଖ୍ୟା ୭୭ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।

ଆଜି ୩ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତଙ୍କ ମଧ୍ୟରେ ଜଣେ ଭୁବନେଶ୍ୱରର ଓ ୨ଜଣ ଗଞ୍ଜାମ ବୋଲି ଜଣାପଡିଛି । ଭୁବନେଶ୍ୱରର ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୭୨ବର୍ଷ ଓ ସେ ପୁରୁଷ ବୋଲି ଜଣପଡିଛି । ସେହିପରି ଗଞ୍ଜାମ ଜିଲ୍ଲାରୁ ଜଣେ ୮୬ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ଆଉ ଜଣେ ୬୫ବର୍ଷୀୟ ପୁରୁଷ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ ଯେ. ଆଜି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts