Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୦୪କରୋନା ସଂକ୍ରମିତ ଚିହ୍ନଟ
  • ||
  • ଚିତ୍ରକୋଣ୍ଡାରେ BSF ଜବାନଙ୍କ କମ୍ବିଂ ଅପରେସନ, ଟିଫିନ୍ ବୋମା ଉଦ୍ଧାର
  • ||
  • ଶ୍ରୀଜଗନ୍ନାଥ ଷ୍ଟାଡିୟମ ନିକଟରେ ଉଚ୍ଛେଦ କାର୍ଯ୍ୟ ଆରମ୍ଭ, ୨ ଫ୍ଲାଟୁନ ଫୋର୍ସ ମୃତୟନ
  • ||
  • ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ବିଭାଗ-୨ ସହକାରୀ କାର୍ଯ୍ୟକାରୀ ଯନ୍ତ୍ରୀ, ଏକକାଳୀନ ୬ଟି ସ୍ଥାନରେ ରେଡ୍
  • ||
  • ନୟାଗଡ଼ : ପୋଲିସ କବ୍‌ଜାରେ ୪ ଆନ୍ତଃ ଜିଲ୍ଲା ଡକାୟତ
  • ||

ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୬୪କୁ ବୃଦ୍ଧି

12/07/2020 at 10:17 AM

ଭୁବନେଶ୍ୱର ୧୨|୦୭:  ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୬୪ରେ ପହଁଚିଛି । ତେବେ ଗଞ୍ଜାମ ଜିଲ୍ଲାରୁ ୩ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯାହାଫଳରେ ଗଞ୍ଜାମରେ କରୋନାରେ ମୃତ୍ୟୁ ସଖ୍ୟା ୩୯ରେ ପହଞ୍ଚିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୨୧ ରେ ପହଞ୍ଚିଛି । ଏହାସହ ମୋଟ ସଂଖ୍ୟା ୧୩ ହଜାର ଟପିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୩୦ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

   Related Posts