ରାଜଧାନୀରୁ ଆଉ ୪୮୩ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୨୭୮
6/09/2020 at 6:00 PM

ଭୁବନେଶ୍ୱର ୦୬।୦୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ସର୍ବାଧିକ ୪୮୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୫ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୦୫ ଜଣ ରହିଥିବା ବେଳେ ୨୭୮ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୫୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
Update on newly detected & cured #COVID19 cases in the last 24 hrs under the BMC area on 6th Sep 2020(till 9am).
— BMC (@bmcbbsr) September 6, 2020
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/jQCizZIqpp
ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୮୨୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୮ ଜଣଙ୍କର ମୃତ୍ୟୁ ହୋଇଛି ।