Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା, ମୃତ୍ୟୁସଂଖ୍ୟା ୭୦କୁ ବୃଦ୍ଧି

13/07/2020 at 9:52 AM

ଭୁବନେଶ୍ୱର ୧୩ ।୦୭:  ରାଜ୍ୟରେ ଆଉ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି  । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି।

ମତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱର ଓ କଟକରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ଗଞ୍ଜାମରୁ ୪୩ , ଖୋର୍ଦ୍ଧାରୁ ୧୦, କଟକରୁ ୭, ପୁରୀରୁ ୨, କେନ୍ଦୁଝରରୁ ୧, ଭଦ୍ରକରୁ ୧, ଯାଜପୁରରୁ ୧, ଅନୁଗୁଳରୁ ୧, ଗଜପତିରୁ ୧, ରାୟଗଡ଼ାରୁ ୧, ବରଗଡ଼ରୁ ୧ ଓ ସୁନ୍ଦରଗଡ଼ରୁ ୧ ଜଣଙ୍କ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ଆଜି ୬୧୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛ। ଫଳରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୭୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୪୮୯୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

   Related Posts