ରାଜଧାନୀରୁ ଆଉ ୬୧ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୧

Published By : Prameya-News7 Bureau | November 06, 2020 IST

ଭୁବନେଶ୍ୱର, ୦୬।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬୧ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫୮୩ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୩ ଜଣ ରହିଥିବା ବେଳେ ୪୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୧ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୯୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୪୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୭୭୭ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.