Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବତନ ବିଧାୟକ ଅରୁଣ ଦେ’ ଙ୍କ ପରଲୋକ, କରୋନାରେ ଆକ୍ରାନ୍ତ ପରେ ଚାଲିଥିଲା ଚିକିତ୍ସା
  • ||
  • ସାଗର ହତ୍ୟାକାଣ୍ଡରେ ଦିଲ୍ଲୀ କ୍ରାଇମ ବ୍ରାଞ୍ଚର ୧୭୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ, ସୁଶୀଲ କୁମାର ମୁଖ୍ୟ ଅଭିଯୁକ୍ତ
  • ||
  • ଅନୁଗୋଳ : କାଲି ଜଣଙ୍କର, ଆଜି ଆଉ ଜଣଙ୍କର ମିଳିଲା ମୃତଦେହ : ଏବେବି ଜଣେ ନିଖୋଜ
  • ||
  • ଭୁବନେଶ୍ବର : ଓଡିଶାରେ କମ୍ ରହିଛି ଆର୍ ଭାଲ୍ୟୁ, ୧ ଉପରେ ରହିଲେ ବଢିବ ସଂକ୍ରମଣ : ଡିଏମଇଟି
  • ||
  • ସୋର : ଭୋଜି କରିବାକୁ ଯାଇ ଫେରିଲେନି ଯୁବକ, ମେଡିକାଲରେ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ଯାଜପୁର : ଆସନ୍ତା ୪ରୁ ଖୋଲିବ ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର, ଅନୁମତି ଦେଲେ ଜିଲ୍ଲାପାଳ
  • ||
  • ଖଲ୍ଲିକୋଟ : ଖୋଲିଲା ତମ୍ପରା ହ୍ରଦ, ବୋଟିଂର ମଜା ନେଉଛନ୍ତି ପର୍ଯ୍ୟଟକ
  • ||
  • ଚାନ୍ଦବାଲି : ବିଦ୍ୟାଳୟ ବରଣ୍ଡାରେ ପଡିଛି ଅଚିହ୍ନା ବୃଦ୍ଧଙ୍କ ମୃତଦେହ, ତଦନ୍ତ ଆରମ୍ଭ କଲା ପୋଲିସ
  • ||
  • ରାଉରକେଲା : ଆସନ୍ତା ୭ରେ ୧୨ ଘଣ୍ଟିଆ ସୁନ୍ଦରଗଡ ବନ୍ଦ, ଦ୍ବିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ବନ୍ଦ ଡାକରା
  • ||
  • ଚାନ୍ଦବାଲି : ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ କାଉଡିଆଙ୍କ ଭିଡକୁ ଦୃଷ୍ଟିରେ ରଖି କଟକଣା ଜାରି, ଭକ୍ତଶୂନ୍ୟ ମନ୍ଦିର ପରିସର
  • ||

ରାଜ୍ୟରେ ଆଉ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ହଜାର ଟପିଲା ମୋଟ ପଜିଟିଭ୍ ସଂଖ୍ୟା

17/07/2020 at 9:44 AM

ଭୁବନେଶ୍ୱର, ୧୭।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୯, ବାଲେଶ୍ୱରରୁ ୯, ବରଗଡରୁ ୪, ବଦ୍ରକରୁ ୧୦, କଟକରୁ ୩୨, ଢେଙ୍କାନାଳରୁ ୬, ଗଜପତିରୁ ୨୧, ଗଞ୍ଜାମରୁ ୨୩୧, ଜଗତସିଂପୁରରୁ ୧୬, ଝାରସୁଗୁଡାରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୪, କେଉଂଝରରୁ ୨୮, ଖୋର୍ଧାରୁ ୧୫୦, କୋରାପୁଟର ୨୭ ଜମ ରହିଛନ୍ତି । ସେହିପରି ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୧୩, ପୁରୀରୁ ୯, ରାୟଗଡାରୁ ୧୯, ସମ୍ବଲପୁରରୁ ୭, ସୋନପୁରରୁ ୫ ଓ ସୁନ୍ଦରଗଡରୁ ୧୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୧୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୧୨୪ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୯୭୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି । 

   Related Posts