ରାଜ୍ୟରେ ସୁସ୍ଥ ହେଲେ ଆଉ ୮ କରୋନା ଆକ୍ରାନ୍ତ

Published By : Prameya-News7 Bureau | May 15, 2020 IST

ଭୁବନେଶ୍ବର ୧୫।୫: ରାଜ୍ୟ ପାଇଁ ଖୁସି ଖବର । ଆଉ ୮ ଜଣ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ୍ ୧୬୬ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ତେବେ ସୁସ୍ଥ ହୋଇଥିବା ୮ ଜଣଙ୍କ ମଧ୍ୟରେ ଯାଜପୁର ଜିଲ୍ଲାରୁ ୪ ଜଣ, ଭଦ୍ରକ ଜିଲ୍ଲାରୁ ଦୁଇ ଜଣ, ବାଲେଶ୍ବର ଜିଲ୍ଲାରୁ ଜଣେ ଏବଂ କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି । ସମସ୍ତେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୧୬୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.