ନୂଆଦିଲ୍ଲୀ, ୧୭/୦୭ : ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୬୦ ଜଣଙ୍କ ମୃତ୍ୟୁ ହୋଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୮୦୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି। ୨୪ ଘଣ୍ଟା ମଧ୍ୟରେ ୫୬୦ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୧୦ ଲକ୍ଷ ୬୪ ହଜାର ୯୦୮ ରେ ପହଞ୍ଚିଛି।
wp:html/wp:htmlभारत में #COVID19 के 38,079 नए मामले आने के बाद कुल पॉजिटिव मामलों की संख्या 3,10,64,908 हुई। 560 नई मौतों के बाद कुल मौतों की संख्या 4,13,091 हो गई है।
— ANI_HindiNews (@AHindinews) July 17, 2021
43,916 नए डिस्चार्ज के बाद कुल डिस्चार्ज की संख्या 3,02,27,792 हुई। देश में सक्रिय मामलों की कुल संख्या 4,24,025 है। pic.twitter.com/ToNmVcdRjs
ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୪ ଲକ୍ଷ ୧୩ ହଜାର ୯୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୩ କୋଟି ୨ ଲକ୍ଷ ୨୭ ହଜାର ୭୯୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୪୨୪୦୨୫।