ରାଜଧାନୀରୁ ଆଉ ୭୦ କରୋନା ପଜିଟିଭ୍ ଚିହ୍ନଟ, ସୁସ୍ଥ ହେଲେ ୯୦

Published By : Prameya-News7 Bureau | November 09, 2020 IST

ଭୁବନେଶ୍ୱର ୦୯।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୭୦ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୭୭୪ରେ ପହଞ୍ଚିଛି । ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୦ ଜଣ ରହିଥିବା ବେଳେ ୫୦ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

wp:html /wp:html

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୭୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୮୭୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୮୩ ଜଣଙ୍କର ମୃତ୍ୟୁ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.