Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୮ କୋଭିଡ୍ ପଜିଟିଭ୍, ୩୩୬୬୩୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

21/02/2021 at 12:05 PM

ଭୁବନେଶ୍ବର ୨୧।୦୨: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୬୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୬୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୧୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୪୦୫୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୧୬୭୭୭୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts