ତିନି ତାରିଖ ପରଠାରୁ ରାଜ୍ୟରେ ବଢିବ ବର୍ଷା ପରିମାଣ
1/10/2019 at 7:44 PM

ଭୁବନେଶ୍ୱର ୦୧।୧୦- ଅକ୍ଟୋବର ତିନି ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇପାରେ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଦକ୍ଷିଣ ପୂର୍ବ ଉତ୍ତରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
୩ ତାରିଖରେ ବର୍ଷାର ପରିମାଣ ବଢିବବୋଲି ପୂର୍ବାନୁମାନ କରାଯାଇଛି । ବିଶେଷ କରି ନବରଙ୍ଗପୁର, ନୂଆପଡା,ବରଗଡ, ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ପୁରୀ, ଜଗତସିଂହପୁର, ଖୋର୍ଦ୍ଧାରେ ଘଡ ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
୫ତାରିଖରେ ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡିଶାରେ ବର୍ଷାର ହୋଇପାରେ ।ସୋମବାର ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୭ ପ୍ରତିଶତ ଅଧିକ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।