Friday, August 23, 2019

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ବଙ୍ଗୋପସାଗରରେ ଲଘୁଚାପ : ଆଜି ଓ ଆସନ୍ତାକାଲି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର ୧୩|୮: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା  ପାଣିପାଗ କେନ୍ଦ୍ର ସୂଚନା ଦେଇଛି । 

ଆଜି  ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡରେ ଅତିପ୍ରବଳ ବର୍ଷା ହେବ ।ସେହିପରି  ମୟୂରଭଞ୍ଜ, ଗଜପତି, କେନ୍ଦୁଝର, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଯାଜପୁର, ଜଗତସିଂହପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ଯୋଗୁଁ ବନ୍ୟା ଆଶଙ୍କା ସୃଷ୍ଟି ହୋଇପାରେ ।

ବ୍ରାହ୍ମଣୀ, ବୈତରଣୀ, ବୁଢାବଳଙ୍ଗ, ସୁବର୍ଣ୍ଣ ରେଖା, ବଂଶଧାରା ଫୁଲିବାରେ ଲାଗିଛି । ବର୍ଷା ଓ ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ବିଭିନ୍ନ ବିଭାଗର ଫିଲ୍ଡ କର୍ମଚାରୀଙ୍କୁ ଆଲର୍ଟ ରଖିବା ସହ ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳ ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର ଲାଗି ନିର୍ଦ୍ଦେଶ ଦିଆଯାଇଛି ।

ରିଲିଫ କ୍ୟାମ୍ପରେ ଖାଦ୍ୟ, ପାନୀୟ, ଲାଇଟ୍, ସ୍ବାସ୍ଥ୍ୟ ସେବା ସହ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବାକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି । ଦରକାର ପଡିଲେ ସର୍ଚ୍ଚ ଅପରେସନ ଏବଂ ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ ଏବଂ ଓଡ୍ରାଫ୍ ଟିମ୍ କୁ ମଧ୍ୟ ସଜାଗ ରଖିବାକୁ କୁହାଯାଇଛି । ଜଳମଗ୍ନ ହୋଇ ପଡ଼ୁଥିବା ରାସ୍ତା ଓ ବ୍ରିଜରେ ଗାଡ଼ିମଟର ଚଳାଚଳ ବନ୍ଦ ରଖିବାକୁ କୁହାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି ।

212 Views

   ସମ୍ବନ୍ଧିତ ଖବର