Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ଭୟାବହ ଅଗ୍ନିକାଣ୍ଡ : ୬ଟି ପରିବାରର ୧୦ ବଖରାରୁ ଉର୍ଦ୍ଧ୍ବ ଘର ଜଳିଗଲା

27/06/2020 at 7:11 AM

ଜଗତସିଂହପୁର ୨୭।୬: ଜଗତସିଂହପୁର ଜିଲ୍ଲା ବାଲିକୁଦା ତହସିଲ ଓଷକଣା ପଞ୍ଚାୟତ ବଡକଣ ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ୬ଟି ପରିବାରର ୧୦ ବଖରାରୁ ଉର୍ଦ୍ଧ୍ବ ଚାଳ ଓ ଆଜବେଷ୍ଟସ ଘର ସଂପୂର୍ଣ୍ଣ ଜଳିଯାଇଛି ।

ଅଗ୍ନିକାଣ୍ଡ ଘଟିବାର ସଠିକ୍ କାରଣ ଜଣାପଡି ନଥିଲେ ମଧ୍ୟ ବିଦ୍ୟୁତ୍ ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିବାର ସନ୍ଦେହ କରାଯାଉଛି।

ଏହି ଅଗ୍ନିକାଣ୍ଡରେ ବିପନ୍ନ ହୋଇଥିବା ବ୍ରହ୍ମାନନ୍ଦ ସ୍ବାଇଁ ଝିଅ ବାହାଘର ପାଇଁ ବ୍ୟାଙ୍କରୁ ଉଠାଇ ରଖିଥିବା ଦେଢ ଲକ୍ଷ ଟଙ୍କା ନଗଦ କ୍ୟାସ୍ ସମ୍ପୂର୍ଣ୍ଣ ଜଳିଯିବା ସହ ଅଗ୍ନିକାଣ୍ଡରେ ୨୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ସମ୍ପତ୍ତି ନଷ୍ଟ ହୋଇଥିବା ଆକଳନ କରାଯାଇଛି । ଖବରପାଇ ବାଲିକୁଦା ଅଗ୍ନିଶମ ବାହିନୀ  ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଛନ୍ତି ।

   Related Posts