Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା : ଉଜୁଡିଗଲା ସଂସାର, ଆଖିବୁଜିଲେ ମା’-ଝିଅ, ବାପା ଗୁରୁତର

21/01/2021 at 3:53 PM

ବରଗଡ ୨୧।୧: ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ମା’ ଓ ଝିଅଙ୍କର ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ଯେ, ଏକ ବାଇକରେ ସ୍ବାମୀ-ସ୍ତ୍ରୀ ନିଜ ୪ ବର୍ଷର ଶିଶୁକୁ ଧରି ଭେଡେନକୁ ଆସୁଥିବାବେଳେ ଭେଡେନ ପଟୁ ଯାଉଥିବା ଏକ ବାଲି ବୋଝେଇ ଟ୍ରାକ୍ଟର ସହ ବୁର୍ଦ୍ଦା ନିକଟରେ ମୁହାଁମୁହିଁ ଧକ୍କା ହୋଇଥିଲା ଫଳରେ ଘଟଣାସ୍ଥଳରେ ମା’ ଓ ଝିଅଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ବାପା ଗୁରୁତର ହୋଇଛନ୍ତି । ଗୁରୁତର ବାଇକ ଚାଳକ ହେଉଛନ୍ତି ମାନଧାତା ବାରିକ । ତାଙ୍କ ସ୍ତ୍ରୀଙ୍କ ନାଁ ସତ୍ବଞ୍ଜଳୀ ବାରିକ, ଓ ଝିଅର ନାଁ ପ୍ରତୀକ୍ଷା ବାରିକ । ଏମାନଙ୍କ ନିଜ ଗାଁ ବଲାଙ୍ଗୀର ଜିଲ୍ଲାର ବେନ୍ଦ୍ରାରେ ହୋଇଥିବାବେଳେ ପରିବାର ବୁର୍ଲାରେ ରହୁଥିଲେ ।

   Related Posts