Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||
  • ଭୁବନେଶ୍ବର : ସାଲିଆ ସାହିରୁ ୫ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ, ୯ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୬ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

ଫେରିପାରିଲେନି ଘରକୁ, ଅଧା ରାସ୍ତାରେ ଚାଲିଗଲା ଜୀବନ : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର

1/12/2020 at 10:30 AM

ସୋର ୧।୧୨: ବାଲେଶ୍ବର ଜିଲ୍ଲା ୧୬ନଂ ଜାତୀୟ ରାଜପଥ ଦହିସଡା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାରେ ବାପା-ପୁଅ ଗୁରୁତର ହୋଇଥିବା ବେଳେ ମା’ଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ବାଲେଶ୍ବର ଜିଲ୍ଲା ଖଇରା ଥାନା କାକୁଡିଆ ଅଞ୍ଚଳର ନିରଞ୍ଜନ ରାଉତ, ସ୍ତ୍ରୀ ମନୋରମା ଓ ପୁଅ ରାଜେନ୍ଦ୍ର ସ୍କୁଟିରେ ରାତିରେ ବାଲେଶ୍ବରରୁ ନିଜ ଘର କାକୁଡିଆକୁ ଫେରୁଥିଲେ । ସେହି ସମୟରେ ଦହିସଡା ନିକଟରେ ଥିବା ହମ୍ପ୍ସରେ ହଠାତ୍ ସ୍କୁଟି ବ୍ରେକ୍ କରିବାରୁ ମନୋରମା ସ୍କୁଟିର ଖସି ପଡିଥିଲେ । ପଛରୁ ଆସୁଥିବା ଏକ ଟ୍ରକ୍ ଭାରସାମ୍ୟ ହରାଇ ମନୋରମାଙ୍କ ଉପରେ ଚଢିଯାଇଥିଲା । ଘଟଣାସ୍ଥଳରେ ମନୋରମାଙ୍କର ମୃତ୍ୟୁ ହୋଇଥିବା ବେଳେ ନିରଞ୍ଜନ ଓ ରାଜେନ୍ଦ୍ର ଗୁରୁତର ହୋଇଛନ୍ତି ।

ଖବର ପାଇ ସୋର ଥାନା ଏଏସଆଇ ରାଧଗୋବିନ୍ଦ ମଢୁଆଳ ଘଟଣାସ୍ଥଳରେ ପହଞ୍ଚି ଏନଏଚଆଇ ଆମ୍ବୁଲାନ୍ସ ଯୋଗେ ଗୁରୁତରଙ୍କୁ ସୋର ଡାକ୍ତର ଖାନାକୁ ପଠାଇଥିଲେ । ମୃତ ମନୋରମାଙ୍କ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି ।

   Related Posts