Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||
  • ଖଲ୍ଲିକୋଟ : ପାଖେଇ ଆସୁଛି ‘ଜଓ୍ବାଦ’, ଡଙ୍ଗା ଓ ଜାଲ ନଷ୍ଟ ହେବା ଆଶଙ୍କାରେ ମତ୍ସ୍ୟଜୀବୀ
  • ||

ଜୁନ ୧୦ ବେଳକୁ ଓଡିଶା ଛୁଇଁବ ମୌସୁମୀ ! ୧୪ରୁ ପ୍ରବଳ ବର୍ଷା

5/06/2021 at 8:44 AM

ଭୁବନେଶ୍ୱର, ୦୫/୦୬: ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ଘଟି ସାରିଛି। ଜୁନ ୩ ତାରିଖରେ କେରଳ ଛୁଇଁବା ପରେ ମୌସୁମୀ ତାମିଲନାଡୁରେ ସକ୍ରିୟ ହେବା ସହ ଆନ୍ଧ୍ର ପ୍ରଦେଶର କିଛି ଅଞ୍ଚଳକୁ ଆଚ୍ଛାଦିତ କରିଛି।  ତେଣୁ ଏହା ଜୁନ୍ ୮ କିମ୍ବା ୯ ସୁଦ୍ଧା ଦକ୍ଷିଣ ଓଡିଶାର କିଛି ଅଂଶକୁ ଛୁଇଁବ ବୋଲି  ଆଶା କରାଯାଉଛି। ଏନେଇ ଶିକ୍ଷା ‘ଓ’ ଅନୁସନ୍ଧାନର ପରିବେଶ ଏବଂ ଜଳବାୟୁ (ସିଇସି) ଶୁକ୍ରବାର ସୂଚନା ଦେଇଛନ୍ତି।

ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ମୌସୁମୀ ପ୍ରବାହ ଆହୁରି ଅଧିକ ଶକ୍ତିଶାଳୀ ହେବାର ସମ୍ଭାବନା ରହିଛି। ଯାହା ଜୁନ୍ ୧୦-୧୧ରେ ପଶ୍ଚିମବଙ୍ଗ-ଓଡିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ନିମ୍ନ ଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ସମଗ୍ର ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ କରିବ ବୋଲି ସିଇସି କହିଛନ୍ତି।

ମୌସୁମୀ ଧୀରେ ଧୀରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ  ଜୁନ୍ ୧୦ ତାରିଖ ରାତିରୁ ବର୍ଷା ହୋଇପାରେ ଏବଂ ରାଜ୍ୟର ଉପକୂଳ ଅଞ୍ଚଳରେ ଜୁନ ୧୧ ସନ୍ଧ୍ୟା ଠାରୁ ବର୍ଷାର ତୀବ୍ରତା ବୃଦ୍ଧି ପାଇପାର। ଏହା ପ୍ରଭାବରେ ଉତ୍ତର ଏବଂ ପଶ୍ଚିମ ଓଡିଶାରେ ଜୁନ୍ ୧୪ ଆଡକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ଏଥିରେ ପୂର୍ବାନୁମାନ କରାଯାଇଛି।

   Related Posts