Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଣାଇ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ, ସନ୍ଧ୍ୟା ହେଲେ ଗାଁରେ ପଡୁଛି ତାଟିକବାଟ
  • ||
  • ଟେକ୍ସାସରେ ୪ ଜଣଙ୍କୁ ପଣବନ୍ଦୀ : ପାକିସ୍ତାନୀ ବୈଜ୍ଞାନିକଙ୍କୁ ମୁକ୍ତ କରିବାକୁ ଦାବି, ଘଟଣାସ୍ଥଳରେ ଏଫବିଆଇ ଓ ସ୍ୱାଟ୍ ଟିମ୍
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଡେଇଁଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୧୭୭ କୋଭିଡ୍ ପଜିଟିଭ୍, ୧୧୩୩୯୧୨ରେ ପହଞ୍ଚିଲା ସଂଖ୍ୟା
  • ||
  • ନିଶାରେ ୩ ବାଇକକୁ ଧକ୍କା ଦେଲେ କାର୍ ଡ୍ରାଇଭର, ଓଲଟା ପୋଲିସକୁ କଲେ ଗାଳିଗୁଲଜ
  • ||
  • ଫାଟିଗଲା ମୋବାଇଲ ବ୍ୟାଟେରୀ, ନାବାଳକ ଗୁରୁତର : ପଥରରେ ଛେଚୁଥିବା ବେଳେ ଅଘଟଣ
  • ||
  • ରାଜ୍ୟର ୪ ବରିଷ୍ଠ ଆଇଏଏସଙ୍କୁ ପ୍ରମୋସନ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି
  • ||
  • କୋଟିଆରେ ହେବ ପଞ୍ଚାୟତ ନିର୍ବାଚନ, ୧୩ଟି ବୁଥରେ ମତଦାନ
  • ||

ନୀଳଗିରିରେ ଶାଳ ଦାନ୍ତକାଠି କିଣିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ

10/09/2019 at 3:12 PM

ନୀଳଗିରି୧୦|୯;  ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଅଞ୍ଚଳକୁ ସହିଦ ବାଘାଯତୀନଙ୍କ ସ୍ମୃତିଚାରଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବେଳେ ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ  ନୀଳଗିରି ରେ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି।ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକଙ୍କ ସହ ଶତାଧିକ ବିଜେପି କର୍ମୀ ପୁଷ୍ପ ଗୁଚ୍ଛଦେଇ ଅପରାଜିତାଙ୍କୁ ସ୍ବାଗତକରିବା ସହ  ସମ୍ବର୍ଦ୍ଧିତ କରିଥିଲେ ।

ପରେ ସେ  ସହରରେ ଚାଲି ଚାଲି ବୁଲିବା ସହ ବିଭିନ୍ନ ସୁବିଧା ଅସୁବିଧା ସମ୍ପର୍କରେ ଅଞ୍ଚଳବାସୀଙ୍କ ସହ ଆଲୋଚନା କରିଥିଲେ। ଆଦିବାସୀ ଅଧ୍ୟୁଷିତ ଅଂଚଳରେ ବନ୍ୟଜାତ ଦ୍ରବ୍ୟ ବିକ୍ରିକରି ପରିବାର ଗୁଜରାଣ ମେଣ୍ଟାଉଥିବା ଲୋକଙ୍କ ଅଭାବ ଅସୁବିଧା ସମ୍ପର୍କରେ ମଧ୍ୟ ପଚାରି ବୁଝିଥିଲେ ଅପରାଜିତା । ତେବେ ଏଠାରୁ ସେ କିଛି ଶାଳ ଦାନ୍ତକାଠି କିଣିବା ସମସ୍ତଙ୍କୁ ଆମୋଦିତ କରିଥିଲା

ନୀଳଗିରି ବିଜେପି ଅଫିସ ବୁଲି ଦେଖିବାକୁ ଯିବା ପୂର୍ବରୁ ଅଂଚଳର ସମସ୍ୟା ନେଇ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଥିଲେ।

   Related Posts