Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

କରୋନାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ସରକାର ଦେବେ ୧ ଲକ୍ଷ ଟଙ୍କାର ଅନୁକମ୍ପା ରାଶି, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

21/05/2021 at 10:48 AM

ଭୋପାଳ ୨୧।୫: କରୋନା ମୃତକଙ୍କ ପରିବାରଲୋକଙ୍କୁ ମିଳିବ ୧ ଲକ୍ଷ ଟଙ୍କାର ସହାୟତା । ଏଭଳି ବଡ ଘୋଷଣା କରିଛନ୍ତି ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ । କରୋନା ସଙ୍କଟରେ ଏମିତି ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ଯେ, କରୋନା ଯୋଗୁଁ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ସରକାରଙ୍କ ତରଫରୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଗୁରୁବାର ଦିନ ବିଜେପି ବିଧାୟକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର କରୋନାର ଦ୍ବିତୀୟ ଲହରରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୧ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବେ ।

ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଥିଲେ ଯେ, ମୁଁ ଆଜି ବିଧାୟକ ବନ୍ଧୁମାନଙ୍କୁ କହୁଛି ଯେ ଆମେ ଆଉ ଏକ ବ୍ୟବସ୍ଥା କରୁଛୁ । ଏହି ବ୍ୟବସ୍ଥା ହେଉଛି କୋଭିଡ୍-୧୯ର ଦ୍ବିତୀୟ ଲହର ଯୋଗୁଁ ମୃତ ବ୍ୟକ୍ତିଙ୍କ ପରିବାରକୁ ୧ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଦିଆଯିବ ।

   Related Posts