Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ନାଚୁଣୀ ଜଙ୍ଗଲରୁ ମିଳିଲା ଅଚିହ୍ନା ଯୁବକଙ୍କ ଗଳିତ ଶବ, ୨୦ ରୁ ୨୫ ଦିନ ହେବ ପଡିରହିଥିବା ଅନୁମାନ

26/10/2021 at 10:33 PM

ଟାଙ୍ଗୀ, ୨୬/୧୦: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଧିନସ୍ଥ ନାଚୁଣୀ ଫାଣ୍ଡି ଅନ୍ତର୍ଗତ ପାଣ୍ଡବାଶୁଣି ଜଙ୍ଗଲରେ ଜଣେ ଅଚିହ୍ନା ଯୁବକଙ୍କ ଗଳିତ ଶବ ପଡିରହିଥିବାର ଦେଖିବାକୁ ମିଳିଛି।ଗ୍ରାମବାସୀ ଏହା ଦେଖି ନାଚୁଣୀ ଫାଣ୍ଡି ପୋଲିସକୁ ଖବର ଦେବାପରେ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ଫାଣ୍ଡି ଅଧିକାରୀ ମୁକେଶ ବେହେରା ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛନ୍ତି।ଉକ୍ତ ଶବଟି ପାଖାପାଖି ୨୦ ରୁ ୨୫ ଦିନ ହେବ ଏଠାରେ ପଡିରହିଥିବା ଅନୁମାନ କରୁଛି ପୋଲିସ ।

ଶବ ନିକଟରେ ଏକ ଫୁଲ ପ୍ୟାଣ୍ଟ ରହିଛି, ତେଣୁ ଶବଟି ଜଣେ ପୁରୁଷଙ୍କର ବୋଲି ଅନୁମାନ କରାଯାଉଥିବା ବେଳେ ଏହା କାହାର ପରିଚୟ ମିଳିପାରି ନାହିଁ। ଅନ୍ୟପଟରେ  ଶବ ନିକଟସ୍ଥ ଏକ ଗଛରେ ଏକ ଦଉଡି ବନ୍ଧା ହୋଇ ରହିଥିବାର ଦେଖିବାକୁ ମିଳିଛି । ଏହା ହତ୍ୟା ନା’ ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଖୋର୍ଦ୍ଧା ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

   Related Posts