Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଣ୍ଡଳିରୁ ଭାସି ଯାଇଛି ହାତୀ, ଠାବ ହୋଇପାରିନି ଅବସ୍ଥିତି
  • ||
  • ଅରିନ୍ଦମ ଦାସଙ୍କୁ ଶ୍ରଦ୍ଧାଞ୍ଜଳି, ଗୁରୁତରଙ୍କ ଆସୁ ଆରୋଗ୍ୟ କାମନା କରି ଭଦ୍ରକ ଜିଲ୍ଲା ସାମ୍ବାଦିକଙ୍କ କ୍ୟାଣ୍ଡେଲ ଶୋଭାଯାତ୍ରା
  • ||
  • ଉଦଳା : ନିଜେ ବିଷ ପିଇ ଦୁଇ ଶିଶୁ କନ୍ୟାଙ୍କୁ ପିଆଇଦେଲା, ଚିକିତ୍ସାଧିନ ଅବସ୍ଥାରେ ଚାଲିଗଲା ମା’ର ଜୀବନ
  • ||
  • କଟକ : ମୁଣ୍ଡଳୀରେ ବୋଟ୍ ଦୁର୍ଘଟଣାରେ ସମ୍ବାଦଦାତା ଅରିନ୍ଦମ୍ ଦାସଙ୍କ ଅକାଳ ବିୟୋଗ, ଗଜ ଉଦ୍ଧାର ଖବର ଆଣିବାକୁ ଓଡ୍ରାଫ୍ ଟିମ୍ ସହ ଯାଇଥିଲେ
  • ||
  • କଟକ : ମୁଣ୍ଡଳୀ ବ୍ୟାରେଜରେ ଫସିଥିବା ହାତୀକୁ ଉଦ୍ଧାର ବେଳେ ଓଲଟିଲା ଓଡ୍ରାଫ୍ ବୋଟ୍
  • ||
  • ଭୁବନେଶ୍ବର କୋର୍ଟ ପରିସର ୩ଦିନ ସିଲ୍, ଜୁଡିସିଆଲ୍ କର୍ମଚାରୀ ଓ ଆଇନଜୀବୀ କରୋନା ପଜିଟିଭ୍ ପରେ ପଦକ୍ଷେପ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୩୯ କୋଭିଡ୍ ପଜିଟିଭ୍
  • ||
  • ବିଜେପି ନେତା ଫଡନାଭୀସଙ୍କ ଶରଣରେ କଂଗ୍ରେସ ନେତା, କହିଲେ- ‘ଆମ ପ୍ରାର୍ଥୀଙ୍କୁ ଜିତିବାରେ ସାହାଯ୍ୟ କର’
  • ||
  • ଉପରମୁଣ୍ଡରେ ବର୍ଷା, ବଢୁଛି ହୀରାକୁଦର ଜଳସ୍ତର
  • ||

ହଳଦୀପଦା ବାଇପାସ୍ ନିକଟରୁ ଅଜଣା ମୃତଦେହ ଉଦ୍ଧାର, ଗୋଡ଼ରେ ରହିଛି ଦଉଡ଼ି ବନ୍ଧା ଚିହ୍ନ, ହତ୍ୟା ସନ୍ଦେହ

2/08/2021 at 12:24 AM

ବାଲେଶ୍ୱର, ୦୨/୦୮: ବାଲେଶ୍ଵର ଜିଲ୍ଲାବସ୍ତା ଥାନା ଅଞ୍ଚଳର ୬୦ ନମ୍ବର ଜାତୀୟ ରାଜପଥ ହଳଦୀପଦା ବାଇପାସ୍ ନିକଟରୁ ଏକ ଅଜଣା ମୃତଦେହ ଉଦ୍ଧାର ହୋଇଛି । ବସ୍ତା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ୬୦ନଂ ଜାତୀୟ ରାଜପଥ ହଳଦୀପଦା ଠାରେ ଏକ ଗଛ ମୂଳରେ ଶବ ପଡିଥିବାର ଦେଖି ସ୍ଥାନୀୟ ଲୋକମାନେ ବସ୍ତା ଥାନାକୁ ଖବର ଦେଇଥିଲେ । ବସ୍ତା ପୋଲିସ ଘଟଣା ସ୍ଥଳରୁ ଶବକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ମୃତ ଶରୀରର ଗୋଡ଼ରେ ଦଉଡ଼ି ବନ୍ଧା ଦାଗ ଥିବା ବେଳେ ଗୋଡ଼ ଓ ଅଣ୍ଟାର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ରହିଛି । ତେବେ ଲୋକଟିକୁ କିଏ ମାରି ଫୋପାଡି ଦେଇ ଥିବା ନେଇ ସ୍ଥାନୀୟ ବାସୀ ସନ୍ଦେହ କରୁଛନ୍ତି । ମୃତ ଶରୀର ମିଳିଥିବା ସ୍ଥାନରେ ବାରମ୍ବାର ଛିନତାଇ ହେଉଥିବା କଥା ଲୋକ ମାନେ ଆଲୋଚନା କରୁଛନ୍ତି ।

   Related Posts