Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ବନ୍ଦ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ

4/06/2021 at 8:50 AM

କଣ୍ଟାବାଞ୍ଜି, ୦୪।୦୬ :  ବନ୍ଦ ଘର ଭିତରୁ ମହିଳାଙ୍କ ମୃତଦହେ ଉଦ୍ଧାର । ବଲାଙ୍ଗୀର ତୁରେକେଲା ଥାନା ବରିଆଳି ଗାଁର ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାନୁସାରେ, ବରିଗାଳି ଗ୍ରାମରେ ଏକ ବନ୍ଦ ଘରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ମହିଳା  ହେଲେ ଖୀର ସଗ୍ରୀଆ । ପାରିବାରିକ କଳକୁ କେନ୍ଦ୍ର କରି ତାଙ୍କୁ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଦୀର୍ଘ ୧୫ ବର୍ଷ ହେବ ତୁଲାରାମ ଏବଂ ଖୀରଙ୍କ ବିବାହ ହୋଇଥିଲା । ତେବେ ପ୍ରାୟ ସମୟରେ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟ କୌଣସି କଥାକୁ ନେଇ ଝଗଡା ହେଉଥିଲାଲା । କିଛି ମାସ ପୂର୍ବରୁ ଝଗଡା ହୋଇଥିବା ବେଳେ ତୁରେକେଲା ଥାନା କୁ କଥା ଯାଇଥିଲା । ଥାନାରେରେ ସ୍ୱାମୀ ସ୍ତ୍ରୀଙ୍କ ଆପୋଷ ବୁଝାମଣା ହୋଇଥିଲା ।

ତେବେ ସକାଳ ସମୟରେ ଖୀରଙ୍କ ମୃତ ଦେହ ଘରେ ପଡିଥିବା ବେଳେ ତାଙ୍କ ହତ୍ୟା କରିଥିବା ଥାନାରେ ଅଭିଯୋଗ ହୋଇଛି । ପୋଲିସ ମୃତଦେହ ଜବତ କରି କଣ୍ଟାବାଞ୍ଜି ଡାକ୍ତରଖାନାରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିବ ବୋଲି ସୂଚନା ମିଳିଛି ।

   Related Posts