Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ
  • ||
  • ଭଦ୍ରକ : ଚାକିରୀରୁ ବିଦା ହେଲେ ରସିକିଆ ଶିକ୍ଷକ, ହ୍ବାଟସଆପ୍ ଗ୍ରୁପରେ ପଠାଇଥିଲେ ନିଜ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ
  • ||
  • ଆନନ୍ଦପୁର : ବାଲି ଗାଡି ମାଲିକଙ୍କୁ ହାବିଲଦାର ମାଗୁଥିଲେ ଚାନ୍ଦା, ଆଜି ଶୁଣିଲା ପରେ ଏସପି କଲେ ସସପେଣ୍ଡ
  • ||
  • ସମ୍ବଲପୁର : ବିଗୁଡୁଛି କରୋନା ସ୍ଥିତି : ଭୀମସାର କୋଭିଡ୍ ହସ୍ପିଟାଲର ବଢିବ ଶଯ୍ୟା, ଚାଲିଛି ଦ୍ବିତୀୟ ହସ୍ପିଟାଲ କାମ
  • ||
  • ଜଳେଶ୍ବର : ବସ୍ତା ଷ୍ଟେସନରେ ଏକ୍ସପ୍ରେସ୍ ଟ୍ରେନ୍ ରହଣି ଦାବି, ରେଳରୋକ କଲେ ସ୍ଥାନୀୟ ବାସିନ୍ଦା
  • ||
  • ମହାକାଳପଡା : କେନ୍ଦ୍ରାପଡାରେ ତାଣ୍ଡବ ରଚିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
  • ||
  • ଖଲ୍ଲିକୋଟ : ବରଗଛ ମୂଳରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର
  • ||
  • ନବରଙ୍ଗପୁର : ୧୦ଦିନ ପରେ ହୋଇଥାନ୍ତା ବାହାଘର, ଗଛରେ ଓଢଣୀ ବାନ୍ଧି ପ୍ରେମିକ ସହ ଝୁଲିପଡିଲେ ଯୁବତୀ
  • ||
  • ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନ୍‌ଙ୍କ ଭାରତ ଗସ୍ତ ବାତିଲ
  • ||

ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର: ମିଳିନାହିଁ ମୃତକଙ୍କ ପରିଚୟ

25/02/2021 at 6:01 PM

ଭଞ୍ଜନଗର୨୫/୨: ଜଙ୍ଗଲରୁ ଯୁବକ ଓ ଯୁବତୀଙ୍କ ଗଳିତ ମୃତଦେହ ଉଦ୍ଧାର। ବେକର ଚୁନୀ ଲାଗିଥିବା ଅବସ୍ଥାରେ ଯୁବତୀ ଗଛରେ ଝୁଲି ରହିଥିବା ବେଳେ ଯୁବକଙ୍କ ଗଳିତ ମୃତଦେହ ତଳେ ପଡି ରହିଛି। ବର୍ତ୍ତମାନ ସୁଦ୍ଧା ମୃତ ୨ ଜଣଙ୍କ ପରିଚୟ ମିଳି ନାହିଁ। ଜଙ୍ଗଲରେ ନିଆଁ ଲାଗିଥିବା ଯୋଗୁଁ ମୃତକଙ୍କୁ ଚିହ୍ନିବା କଷ୍ଟକର ହୋଇପଡିଛି। ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ବୁଢ଼ାକେନ୍ଦୁ ଜଙ୍ଗଲରୁ ୨ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।

ଗୁରୁବାର ସକାଳୁ ବନ କର୍ମଚାରୀ ୨ ମୃତଦେହ ଦେଖିବା ପରେ ସ୍ଥାନୀୟ ଗାଙ୍ଗପୁର ପୋଲିସକୁ ଫୋନ କରିଥିଲେ। ପୋଲିସ ଏବଂ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ପରବର୍ତ୍ତୀ ସମୟରେ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚିବା ପରେ ଶବ ବ୍ୟବଚ୍ଛେଦ କରାଯାଇଥିଲା। ଏହା ହତ୍ୟା ନା ଆତ୍ମହତ୍ୟା, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ। ପ୍ରେମ ବ୍ୟାପରରୁ ୨ ଜଣଙ୍କୁ ହତ୍ୟା କରାଯାଇଥିବା ସ୍ଥାନୀୟ ଅଞ୍ଚଳ ଲୋକମାନଙ୍କ ମୁହିଁରୁ ଶୁଣିବାକୁ ମିଳୁଛି।  

   Related Posts