ରାଜ୍ୟରେ କରୋନା ନେଲା ୨୬ ଜଣଙ୍କ ଜୀବନ, ୨୪୫୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

Published By : Prameya-News7 Bureau | May 22, 2021 IST

ଭୁବନେଶ୍ୱର ୨୨।୦୫ :  ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୧୦୮ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

{"id":455551,"sizeSlug":"large","linkDestination":"none"}

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ , ଗଜପତି, କୋରାପୁଟ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୭୯୫୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୯୬୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୬୭୩୮୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନାରେ ମୋଟ ମୃତକଙ୍କ ସଂଖ୍ୟା ୨୪୫୬ରେ ପହଞ୍ଚିଥିବା ବେଳେ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ସଂଖ୍ୟା ୫୩ରେ ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧୧୨୪୧୪୦୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.