ବରମୁଣ୍ଡା ଓଭରବ୍ରିଜ୍ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

Published By : Prameya-News7 Bureau | August 01, 2020 IST

ଭୁବନେଶ୍ବର ୧।୮: ଓଭର ବ୍ରିଜ୍ ତଳୁ ମିଳିଲା ମୃତଦେହ । ବରମୁଣ୍ଡା ଓଭର ବ୍ରିଜ୍ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିନାହିଁ । ପୋଲିସର ତଦନ୍ତ ଜାରି ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ବରମୁଣ୍ଡା ଓଭର ବ୍ରିଜ୍ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଖବର ପାଇ ଘଟଣାସ୍ଥଳରେ ଖଣ୍ଡଗିରି ଥାନା ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି ପୋଲିସ ।

ତେବେ ସଂପୃକ୍ତ ଯୁବକ ବ୍ରିଜ୍ ଉପରୁ ଖସିପଡିବାରୁ ତାଙ୍କର ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି । ତେବେ ତାଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ଭାବେ ଜଣାପଡିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି କୁହାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.