Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ବିରୂପା ନଦୀରୁ ମିଳିଲା ମୃତଦେହ, ବ୍ରିଜ୍ ଉପରେ ସାଇକେଲ୍ ଓ ଚପଲ ରଖି ଡେଇଁଥିଲେ ନଦୀକୁ

1/11/2021 at 11:32 AM

ଚୌଦ୍ବାର ୧।୧୧: ବିରୂପା ନଦୀରୁ ଉଦ୍ଧାର ହେଲା ମୃତଦେହ । ରବିବାର ବିରୂପା ବ୍ରିଜ୍ ଉପରେ ସାଇକେଲ୍ ଏବଂ ଚପଲ ଥୋଇ ନଦୀ ଗର୍ଭକୁ ଡେଇଁ ପଡିଥିଲେ ଜଣେ ବ୍ୟକ୍ତି । ସୋମବାର ସକାଳୁ ସକାଳୁ ମୃତଦେହ ବିରୂପା ନଦୀରେ ଭାସୁଥିବାର ଦେଖିବାକୁ ମିଳିଥିଲା । ସଙ୍ଗେ ସଙ୍ଗେ ସ୍ଥାନୀୟ ମତ୍ସ୍ୟଜୀବୀ ଓ ଲୋକମାନେ ଜଗତପୁର ଥାନାକୁ ଖବର ଦେଇଥିଲେ । ଜଗତପୁର ଥାନା ଅଧିକାରୀ ଓ ଅଗ୍ନିଶମ ବାହିନୀ ଆସି ନିଖୋଜ ବ୍ୟକ୍ତିର ମୃତଦେହକୁ ନଦୀ ଗର୍ଭରୁ ବାହାରକୁ ଆଣିଥିଲେ ।

ଜଗତପୁର ଥାନା ଅଧିକାରୀ ରବୀନ୍ଦ୍ର ନାଥ ମେହେର ମୃତ ଶରୀରଟି ଜବତ କରି ବ୍ୟବଚ୍ଛେଦ ପାଇଁ କଟକ ବଡ଼ ମେଡିକାଲ ପଠାଇବା ସହ ମୃତ ବ୍ୟକ୍ତି ଜଣଙ୍କ କିଏ ଏବଂ ତାଙ୍କ ଘର କେଉଁଠି ତା ଉପରେ ତଦନ୍ତ ଚଳାଇଛନ୍ତି । ବର୍ତ୍ତମାନ ସୁଦ୍ଧା ମୃତ ବ୍ୟକ୍ତିଙ୍କ କୌଣସି ପରିଚୟ ମିଳିପାରିନାହିଁ ।

   Related Posts