Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ବ୍ରାହ୍ମଣୀ ନଦୀରୁ ଅଜଣା ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର, ପାଟିରେ ବନ୍ଧା ହୋଇଛି ତାର

14/06/2021 at 7:31 PM

ଢେଙ୍କାନାଳ ୧୪।୬: ବ୍ରାହ୍ମଣୀ ନଦୀରୁ ମହିଳାଙ୍କ ଉଲଗ୍ନ ମୃତଦେହ ଉଦ୍ଧାର । ପାଟିରେ ତାର ବନ୍ଧାହୋଇଥିବା ଯୋଗୁଁ ହତ୍ୟା ସନ୍ଦେହ । ଢେଙ୍କାନାଳ ଜିଲ୍ଲା କଣ୍ଟା ବଣିଆ ପୋଲିସ ଶବ ଜବତ କରି ତଦନ୍ତ ଆରମ୍ଭ କରିଥିବା ବେଳେ ମହିଳାଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ବ୍ରହାଣୀ ନଦୀରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ମହିଳାଙ୍କ ଶରୀର ସମ୍ପୂର୍ଣ୍ଣ ଉଲଗ୍ନ ଥିବାବେଳେ ତାଙ୍କ ପରିଚୟ ମିଳିପାରିନାହିଁ । ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ପୋଲିସ ସ୍ଥାନୀୟ କମଳାଙ୍ଗ ଗ୍ରାମର ଦୁର୍ଗା ମନ୍ଦିର ନିକଟସ୍ଥ ବ୍ରହ୍ମଣୀ ନଦୀ କୂଳରୁ ଏହି ମହିଳାଙ୍କ ମୃତଦେହକୁ ଉଦ୍ଧାର କରିଛି । ମୃତ ମହିଳାଙ୍କ ପାଟିରେ ଏକ ଜିଆଇ ତାର ବନ୍ଧା ଯାଇଥିବା ଦେଖିବାକୁ ମିଳିଛି । ଫଳରେ ଉକ୍ତ ମହିଳାଙ୍କୁ କେହି ହତ୍ୟା କରିବା ପରେ ବ୍ରାହ୍ମଣୀ ନଦୀରେ ଭସାଇ ଦେଇଥିବା ସନ୍ଦେହ କରାଯାଇଛି । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

   Related Posts