ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଠାବ ହେଲା ମୃତଦେହ, ହତ୍ୟା ସନ୍ଦେହ

Published By : Prameya-News7 Bureau | February 26, 2021 IST

ବ୍ରହ୍ମପୁର ୨୬।୨: ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଛି । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ଫାଷ୍ଟଗେଟ୍ ଅଞ୍ଚଳରେ ଜଣଙ୍କର ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟଲୋକ । ମୃତଦେହ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା । ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ହସ୍ପିଟାଲକୁ ପଠାଇଛି । ତେବେ ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦୁର୍ଗା ପଣ୍ଡା । ତାଙ୍କ ନିଜ ଘର ହିଞ୍ଜିଳି ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ନୂଆପଲ୍ଲୀ ଅଞ୍ଚଳରେ । ସେ ପେଣ୍ଠସାହିରେ ଭଡା ଘରେ ରହୁଥିଲେ । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.