ନୟନଯୋରୀରୁ ମିଳିଲା ବରଯାତ୍ରୀଙ୍କ ମୃତଦେହ, ହତ୍ୟା ସନ୍ଦେହ

Published By : Prameya-News7 Bureau | February 01, 2020 IST

ଭଦ୍ରକ ୧।୨: ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ବେଲଦା ରଘୁପତିବିନ୍ଧା ଗ୍ରାମ ନିକଟସ୍ଥ ନୟନଯୋରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ଯାଜପୁର ଜିଲ୍ଲା ଅଞ୍ଚଳରେ ରାକେଶ ପଣ୍ଡା ବୋଲି ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ରାତିରେ ଯାଜପୁର ଜିଲ୍ଲାରୁ ଏକ ବରଯାତ୍ରୀରେ ରାକେଶ ଭଦ୍ରାକାଳୀସାହି ଅଞ୍ଚଳକୁ ଆସିଥିଲେ । ଆଜି ସକାଳୁ ତାଙ୍କ ମୃତଦେହ ଏକ ନାୟନଯୋରୀ ପଡିଥିବା ଦେଖିବାକୁ ମିଳିଥିଲା । ଖବର ପାଇଁ ଘଟଣାସ୍ଥଳରେ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ତେବେ ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ତେବେ ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.