Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

କାଜୁ ଜଙ୍ଗଲରୁ ଉଦ୍ଧାର ହେଲା ମୃତଦେହ, ପାଖରେ ପଡିଛି ସାଇକେଲ୍ : ହତ୍ୟା ନା’ ଆତ୍ମହତ୍ୟା ?

30/01/2021 at 9:50 AM

ଖଲ୍ଲିକୋଟ ୩୦।୧: କାଜୁ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଗଛ ମୂଳରୁ ମୃତଦେହ ସହ ସାଇକେଲ ଉଦ୍ଦାର ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗଞ୍ଜାମ ଜିଲ୍ଲ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନାରାୟଣୀ କାଜୁ ଜଙ୍ଗଲରୁ ଉଦ୍ଧାର ହୋଇଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ମା’ ନାରାୟଣୀ ମନ୍ଦିର ନିକଟ କାଜୁ ଜଙ୍ଗଲରେ ଏକ ଗଛ ମୂଳରୁ ସାଇକେଲ୍ ସହ ମୃତଦେହ ପଡିଥିବା କିଛି ଲୋକ ଦେଖିବାକୁ ପାଇଥିଲେ । ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ । ଖବରପାଇ ଘଟଣାସ୍ଥଳରେ ଭେଜିପୁଟ ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ପରେ ଯୁବକଙ୍କ ଘର ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଏକଡାଳିଆ ଗ୍ରାମର ପ୍ରସନ୍ନ କୁମାର ଦଳବେହେରା ବୋଲି ଜଣାପଡ଼ିଛି । ଏହା ହତ୍ୟା ନା ଆତ୍ମହତ୍ୟା ତାହା ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଲା ପରେ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଉଛି ।

   Related Posts