Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ

2/02/2020 at 8:02 AM

ନୀଳଗିରି ୨।୨: ବାଲେଶ୍ଵର ଜିଲ୍ଲା ସେରଗଡ-ଉଦଳା ରାସ୍ତା ସଜନାଗଡ ନିକଟ ତିନି କୋଶିଆ ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଆଜି ସକାଳେ ଜଙ୍ଗଲ ନିକଟରେ ଏକ ବାଇକ୍ ପଡିଥିବାର ଅଞ୍ଚଳବାସୀ ଦେଖି ସନ୍ଦେହ କରିଥିଲେ । ଜଙ୍ଗଲ ନିକଟରେ ଯୁବକ ଜଣଙ୍କର ମୃତଦେହ ପଜିଥିବାର ଦେଖିବାକୁ ମିଳିଥିଲା । ଏପରିକି ଆଧାର କାର୍ଡ, ଏଟିଏମ୍, ଫଟୋ ପରିଚୟପତ୍ର ଯୁବକଙ୍କ ମୃତଦେହ ନିକଟରେ ପଡିଥିବା ଦେଖିବାକୁ ମିଳିଥିଲା ।

ଯୁବକ ଜଣଙ୍କର ପରିଚୟ ମିଳିଛି । ସେ ମୟୂରଭଞ୍ଜ ଜିଲ୍ଲା କାଲାଡାହି ଗ୍ରାମର ନିରଞ୍ଜନ ଦେହୁରୀଙ୍କ ପୁଅ ଉତ୍ତମ ଦେହୁରୀ । ତାଙ୍କୁ କେହି ହତ୍ୟା କରି ସେଠାରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ନୀଳଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

କିଛିଦିନ ପୂର୍ବରୁ ଜଙ୍ଗଲ ନିକଟରୁ ଜଣେ ଯୁବକଙ୍କ ମୃତଦେହ ମିଳିବା ପରେ ପୁଣି ଆଉ ଜଣଙ୍କର ମୃତଦେହ ମିଳିବା ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଗୋଟିଏ ମାସରେ ନୀଳଗିରିରେ ତିନି ତିନୋଟି ମୃତଦେହ ମିଳିବା ନେଇ ପୋଲିସର କାର୍ଯ୍ୟ ଦକ୍ଷତା ଉପରେ ପ୍ରଶ୍ନ ଉଠିଛି ।

   Related Posts