Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରବିବାର ରାଜ୍ୟରେ ସୁସ୍ଥହେଲେ ଆଉ ୧୦,୮୪୧ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୫୩୨ ଜଣ ଡିସଚାର୍ଜ
  • ||
  • ଅଭିଯୁକ୍ତକୁ ଉଠାଇ ଆଣିବାରୁ ଥାନା ପରିସରରେ ତୁମୁଳକାଣ୍ଡ, ଗ୍ରାମବାସୀ ଓ ପୋଲିସ ମାରପିଟ
  • ||
  • ବିପୁଳ ପରିମାଣର ବିଦେଶୀ ମଦ ଜବତ, ଜଣେ ଗିରଫ
  • ||
  • ଭୁଶୁଡିଯିବ ଘାଘରା ପୋଲ ! ବିପଦରେ ଶହଶହ ଯାତ୍ରୀଙ୍କ ଜୀବନ
  • ||
  • ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି
  • ||
  • ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୫୨୦ କୋଭିଡ୍ ପଜିଟିଭ୍, ୧୨୦୪୬୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜଧାନୀରେ କରୋନା ବେଲଗାମ୍ : ଆଉ ୧୩ ଅଞ୍ଚଳ ମାଇକ୍ରୋ କଣ୍ଟେନମେଣ୍ଟ୍ ଜୋନ୍
  • ||
  • ଚର୍ଚ୍ଚାରେ ବଡପୋଖରୀଆ ପଞ୍ଚାୟତ : ପ୍ରତିଦ୍ୱନ୍ଦ୍ୱିତା ହେଲାନି, ନିର୍ଦ୍ୱନ୍ଦ୍ୱରେ ଚୟନ ହେଲେ ସରପଞ୍ଚ ଏବଂ ଓ୍ୱାର୍ଡ ମେମ୍ବର
  • ||
  • ରବିବାରଠୁ ବଢିବ ବର୍ଷା, ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ
  • ||
  • ପରିବା ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ସବୁ ଦୋକାନ
  • ||

ଟାଓ୍ୱାରରେ ଝୁଲୁଛି ସୁରକ୍ଷାକର୍ମୀଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

29/11/2021 at 1:50 PM

ଚଣ୍ଡିଖୋଲ, ୨୯/୧୧:   ଘରୋଇ ସଂସ୍ଥାରେ କାର୍ଯ୍ୟରତ ଏମସିଏଲ ସୁରକ୍ଷା କର୍ମଚାରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ଝାରସୁଗୁଡା ଜିଲ୍ଲା ବ୍ରଜରାଜନଗର ମଣ୍ଡାଳିଆ କଲ୍ୟାଣ ମଣ୍ଡପ ପଛପଟେ ଥିବା ଜଙ୍ଗଲରୁ ମୃତଦେହଟି ଉଦ୍ଧାର ହୋଇଛି ।

ସୂଚନାନୁସାରେ, ଜଙ୍ଗଲରେ ଥିବା  ଏକ ବିଦ୍ୟୁତ ଟାୱାରରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ତାଙ୍କର ଦୁଇଗୋଡ ବନ୍ଧା ଯାଇଥିଲା । ଏନେଇ ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ ।  ଓରିଏଣ୍ଟ ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମଟର୍ମ ପାଇଁ ପଠାଇଛି ।

ଯୁବକ ଜଣକ ହେଲେ  ଦୁର୍ଗାନଗରର କୈଳାସ ଗୌଡ ।  ସେ ବ୍ରଜରାଜନଗର ଲଜକୁରା କୋଇଲା ଖଣିରେ ଘରୋଇ ସୁରକ୍ଷାକର୍ମୀ ଭାବରେ କାମ କରୁଥିଲେ । ଓରିଏଣ୍ଟ ପୋଲିସ,ସାଇଣ୍ଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହା ଏକ ଆତ୍ମହତ୍ୟା ନା ହତ୍ୟା ତାହା ଜଣାପଡି ନାହିଁ।

   Related Posts