Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ପୋଖରୀ ନିକଟରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?

21/09/2021 at 10:42 AM

ଆନନ୍ଦପୁର, ୨୧।୦୯ :  କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଦେଓଗାଁ-ରାମଚନ୍ଦ୍ରପୁର ରାସ୍ତାର ଗୌଡବାହାଳି ଛକ ରାସ୍ତାକଡରେ ଥିବା ଏକ ପୋଖରୀ କୂଳରୁ ମୃତଦେହ ଉଦ୍ଧାର ।  ଯୁବକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

ସୂଚନାନୁସାରେ, ମଙ୍ଗଳବାର ସକାଳେ ସ୍ଥାନୀୟ ଲୋକେ ପୋଖରୀରେ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ । ମୃତଦେହ ନିକଟରେ ତିନୋଟି ତପଲ ମଧ୍ୟ ପଡି ରହିଥିଲା । ଆଉ ଏକ ଚପଲ ମଧ୍ୟ ସେଠାରେ ପଡିଥିବା ଦେଖିବାକୁ ମିଳିଛି ।  ପାରିପାର୍ଶ୍ୱିକ ଅବସ୍ଥାରୁ ଏହା ଏକ ହତ୍ୟାକାଣ୍ଡ ହୋଇଥାଇପାରେ ବୋଲି ସନ୍ଦେହ ହୋଇଛି ।

ମୃତ ଯୁବକ ଜଣଙ୍କ କିଏ ?  କେଉଁ ପରିସ୍ଥିତିରେ ଏଠାକୁ ଆସିଥିଲେ ତାହା  ସ୍ପଷ୍ଟ ହୋଇପାରି ନାହିଁ । ମୃତଦେହ ପଡିଥିବା ସ୍ଥାନଟି ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳର ହୋଇଥିବାବେଳେ ଖବରପାଇ ଟମକା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।

   Related Posts