ମଦ ଦୋକାନ ନିକଟରୁ ମିଳିଲା ମୃତଦେହ, ସନ୍ଦେହ ଘେରରେ ଯୁବକଙ୍କ ମୃତ୍ୟୁ…

Published By : Prameya-News7 Bureau | April 08, 2021 IST

ଭଦ୍ରକ ୦୮।୦୪: ମଦ ଦୋକାନ ନିକଟରୁ ଯୁବକଙ୍କ ମୃତଦେହ ଠାବ । ମୃତକ ଅଭିମନ୍ୟୁ ରାଉତ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ଖବର ଅନୁଯାୟୀ, ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଗଣିଜାଙ୍ଗ ମଦ ଦୋକାନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଠାବ ହୋଇଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳର ଆଲୋଡନା ସୃଷ୍ଟି ହୋଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛି । ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ମଧ୍ୟ ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.