Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

କେନାଲରେ ଭାସୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା ଅଘଟଣ ?

4/04/2021 at 11:57 AM

ଧର୍ମଗଡ଼ ୦୪।୦୪: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର । ଜୟପାଟଣା ଥାନା ଅନ୍ତର୍ଗତ ମତୁଆଲଗୁଡ଼ା କେନାଲରେ ଭାସୁଛି ମୃତଦେହ । ଘଟଣାସ୍ଥଳରେ କୁଟୁରୁ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ ।

ଖବର ଅନୁଯାୟୀ, ରବିବାର ଦିନ ମତୁଆଲଗୁଡ଼ା କେନାଲରେ  ମୃତଦେହ ଭାସୁଥିବାର ଦେଖିବାକୁ ମିଳିଥିଲା । ଯାହାପରେ ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ କରିବାରୁ ମୃତଦେହଟି ଜଣେ ଯୁବକର ବୋଲି ଜଣାପଡିଥିଲା । ତେବେ ଏଠାରେ ମୃତଦେହ କିପରି ଆସିଲା । ଏହା ହତ୍ୟା ନା ଅଘଟଣା । ସେନେଇ ଛାନ୍‌ଭିନ୍ ଆରମ୍ଭ କରିଛି ପୋଲିସ । ଆବଶ୍ୟକପଡିଲେ ସାଇଣ୍ଟିଫିକ୍‌ ଟିମ୍‌ର ସହଯୋଗ ନିଆଯିବ ବୋଲି ପୋଲିସ ସୁତ୍ରରୁ ଖବର ମିଳିଛି । ସେହିପରି ଏବେ ଯାଏଁ ମୃତକଙ୍କ ପରିଚୟ ହସ୍ତଗତ ହୋଇନାହିଁ । ପୋଲିସର ପ୍ରାଥମିକ ତଦନ୍ତ କିଛି ସୁରାକ୍ ମିଳିବ ବୋଲି ସ୍ଥାନୀୟଲୋକେ ଆଶା ରଖିଛନ୍ତି ।

   Related Posts